କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ ଆଜି ପୂର୍ବାହ୍ଣରେ କେନ୍ଦୁଝରର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ପ୍ରଧାନ କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ଭାବେ ଦକ୍ଷତାର ସହ କାର୍ଯ୍ୟ ତୁଲାଇ ଉପରିସ୍ଥ ଅଧିକାରୀ ଏବଂ ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରିଥିଲେ ।
ସୂଚନାଯୋଗ୍ୟ ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯୁଗ୍ମ ସଚିବ ଭାବେ ବଦଳି ହେବା ପରେ ସାଧାରଣ ଓ ବିବିଧ ବିଭାଗର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ଉଭୟ ଦାୟିତ୍ୱରେ ରହିଥିଲେ । ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ପ୍ରଧାନ ଆଜି ଦାୟିତ୍ୱ ନେବା ପରେ ଜିଲ୍ଲା ପ୍ରଶାସନ ତରଫରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।ପରେ ଦରବାର ହଲଠାରେ ଆୟୋଜିତ ହେଇଥିବା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ ।