ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଠାରେ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇ ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବୃଆରୀ ୧୫ ତାରିଖ ସୁଦ୍ଧା ପ୍ରତି ଗାଁରେ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି ।ଗ୍ରାମାଞ୍ଚଳର ବିକାଶ ବିନା ଦେଶର ବିକାଶ ଅସମ୍ଭବ। ତେଣୁ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵ ଏବଂ ଦୂରଦୃଷ୍ଟି ଦ୍ଵାରା ଆଜି ଦେଶରେ ଗ୍ରାମାଞ୍ଚଳର ଭିତ୍ତିଭୂମି ସୁଦୃଢ ହୋଇପାରିଛି।

ସ୍ବଚ୍ଛ ଭାରତ ଅଭିଯାନ ହେଉ ବା ଉଜ୍ଜଳା ଯୋଜନାରେ LPG ସଂଯୋଗ ହେଉ, ପକ୍କା ରାସ୍ତା ହେଉ ବା ସ୍ବଚ୍ଛ ପାନୀୟ ଜଳ ହେଉ – ଏଭଳି ଅନେକ ଜନକଲ୍ଯାଣକାରୀ ଯୋଜନା ଦେଶରେ କାର୍ଯ୍ୟକାରୀ ହେଉଛି। ଯାହାକି ଗ୍ରାମାଞ୍ଚଳର ବିକାଶକୁ ନୂତନ ଗତି ଦେବାରେ ସହାୟକ ହୋଇଛି।ଲୋକଙ୍କ ସରକାର ୨୦୩୬ ସୁଦ୍ଧା ‘ବିକଶିତ ଓଡ଼ିଶା’ ନିର୍ମାଣ ପାଇଁ ପରିକଳ୍ପନା କରିଛନ୍ତି। ଏହାକୁ ସାକାର ରୂପ ଦେବା ନିମନ୍ତେ “ବିକଶିତ ଗାଁ, ବିକଶିତ ଓଡ଼ିଶା” ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆଗାମୀ ୫ବର୍ଷ ପାଇଁ ମୋଟ ୫ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଯୋଜନା ମାଧ୍ୟମରେ ଶିକ୍ଷା, କ୍ରିଡ଼ା, ଗମନାଗମନ, କ୍ଷୁଦ୍ର ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ସହ ସାଂସ୍କୃତିକ କେନ୍ଦ୍ର, କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର ଇତ୍ୟାଦି ନିର୍ମାଣ କରାଯିବ।

Leave a Reply

Your email address will not be published. Required fields are marked *

error: Content is protected !!