ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ଏମ୍ସରେ ସିବିଆଇ ରେଡ୍ । ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ସିବିଆଇ ପକ୍ଷରୁ ରେଡ୍ ଚାଲିଛି । ରିକ୍ୟୁରମେଣ୍ଟ ସ୍କାମ୍ ନେଇ ରେଡ୍ କରୁଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବା ସିବିଆଇ । ଏହି ରେଡ୍ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ସିବିଆଇ ।ସୂଚନା ଅନୁସାରେ, ଏମ୍ସରେ ଜାଲ କାଗଜପତ୍ର ଦେଖାଇ ଲୋକଙ୍କୁ ଚାକିରି ଦିଆଯାଇଥିବା ଅଭିଯୋଗ ପରେ ଚଢଉ କରିଛି ସିବିଆଇ ଟିମ୍। ଚଢଉ ବେଳେ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଓ କାଗଜପତ୍ର ସିବିଆଇ ହାତରେ ଲାଗିଛି । ଚଢ଼ାଉରେ ସିବିଆଇ ଟିମରେ ୯ ଜଣ ସଦସ୍ୟ ସାମିଲ୍ ହୋଇଛନ୍ତି । ସର୍ବ ଭାରତୀୟ ସ୍ତରରେ ଏମ୍ସରେ ନିଯୁକ୍ତି ପାଇଁ ପରୀକ୍ଷା କରାଯାଉଥିବା ବେଳେ ଭୁବନେଶ୍ୱର ସ୍ଥିତ ଏମ୍ସ ନିଜସ୍ୱ ପରୀକ୍ଷା କରି ନିଯୁକ୍ତି ଦେଇଥିବା ନେଇ ଅଭିଯୋଗ ହୋଇଛି । ଗାଜିଆବାଦ ଓ ଗୋରଖପୁରର ଜାଲ ଡକ୍ୟୁମେଣ୍ଟ ଜରିଆରେ ଭୁବନେଶ୍ୱରର ୫ ଜଣ ଠିକା କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ମିଳିଥିବା ଅଭିଯୋଗ ହୋଇଥିଲା । ବାରମ୍ବାର ଅଭିଯୋଗ ପରେ ଶେଷରେ ଆଜି ସିବିଆଇର ୯ଜଣ ସଦସ୍ୟ ଚଢାଉ କରିଛନ୍ତି ।