ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କିଟ୍ ସମ୍ମୁଖରେ AISF ନେତୃତ୍ବରେ ଧାରଣା

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): କିଟ୍ ଛାତ୍ରୀ ପ୍ରକୃତି ଲାମସାଲ୍‌ଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି। ପରିବାର ଲୋକଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ ହୋଇଥିଲା। ଏମ୍‌ସରେ ପୋଷ୍ଟମର୍ଟମ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବିଳମ୍ବିତ ରାତିରେ ହସ୍ତାନ୍ତର ପରେ ନେପାଳ ନେଇଗଲେ ପରିବାର ଲୋକେ।ଅନ୍ୟପଟେ lକିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । କିଟ୍‌ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କ୍ୟାମ୍ପସରେ ସୃଷ୍ଟି ହୋଇଥିବା ଅଶାନ୍ତି ଥମିନାହିଁ। ଜବତ ହେଲା ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌। ନେପାଳୀ ଭାଷାରେ ଲେଖାଇ ହୋଇଛି ସୁଇସାଇଟ୍‌ ନୋଟ୍‌ ।

ଯେଉଁଥିରେ ପୁରୁଷ ବନ୍ଧୁ କେମିତି ନିର୍ଯାତନା ଦେଉଥିଲା , ସେ ସବୁ ଘଟଣା ଉକ୍ତ ସୁଇସାଇଡ୍‌ ନୋଟ୍‌ରେ ଲେଖା ଅଛି । ସୁଇସାଇଡ୍‌ ନୋଟ୍‌କୁ ଜବତ କରି ହ୍ୟାଣ୍ଡ ରାଇଟିଂ ବ୍ୟୁରୋକୁ ପଠାଇଛି ପୋଲିସ ।ସେପଟେ କିଟ୍ ବିଶ୍ୱବିଦ୍ୟାଳୟରେ ଲାଗି ରହିଛି ଚାପା ଉତ୍ତେଜନା। ନ୍ୟାୟ ଦାବିରେ ଗତରାତିରେ କିଟ୍ ଛାତ୍ରଛାତ୍ରୀ କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏବେ କିଟ୍ ମୁଖ୍ୟ ଫାଟକ ସାମନାରେ ପୋଲିସ୍ ଛାଉଣୀ। ୪ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ଅଛନ୍ତି। ଅତିରିକ୍ତ ଡିସିପିଙ୍କ ସହ ବହୁ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଅଶାନ୍ତ ପରିସ୍ଥତିକୁ ଦୃଷ୍ଟିରେ ରଖି ପୋଲିସ୍ ମୃତୟନ ଅଛନ୍ତି।

ସେହିପରି ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଗିରଫ ୫ ଜଣଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ। ଜାମିନ ପ୍ରଦାନ କରିଛନ୍ତି ଭୁବନେଶ୍ବର JMFC – 2 କୋର୍ଟ। ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲ ବଣ୍ଡରେ ଏମାନଙ୍କୁ ଜାମିନ ମିଳିଛି। ତଦନ୍ତ ରେ ସହଯୋଗ କରିବା ସହ ଛାତ୍ରଛାତ୍ରୀ ଙ୍କୁ ପ୍ରଭାବିତ ନକରିବାକୁ କୋର୍ଟଙ୍କ ନିର୍ଦେଶ ରହିଛି । ଘଟଣାରେ ୫ ଜଣଙ୍କୁ ଗିରଫ କରିଥିଲା ଇନଫୋସିଟି ଥାନା ପୋଲିସ । ଜାମିନ ପାଇଛନ୍ତି ତିନି ଡାଇରେକ୍ଟର ଏବଂ ଦୁଇ ସିକ୍ୟୁରିଟି ଗାର୍ଡ ।

Leave a Reply

Your email address will not be published. Required fields are marked *

error: Content is protected !!