ମହାଶିବରାତ୍ରୀ ପାଇଁ ସଜେଇ ହେଉଛି ଶୈବପୀଠ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ମହାଶିବରାତ୍ରୀ ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହେଉଥିବା ଦେଖିବାକୁ ମିଳିଛି । ଚଳିତ ବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି । ଫଳରେ କେତେକ ଶୈବ ପୀଠରେ ନାମଯଜ୍ଞ ଓ ଅନ୍ନଯଜ୍ଞ ହେବାର ଜଣାଯାଇଛି । ଏ ବର୍ଷ ଶୈବପୀଠ ଗୁଡିକରେ ପ୍ରବଳ ଭିଡ ହେବାର ସମ୍ଭାବନା ରହିଥିବାରୁ ଶ୍ରଦ୍ଧାଳୁ କିପରି ଶାନ୍ତି ଶୃଙ୍ଖଳାର ସହ ମହାଦେବଙ୍କ ଦର୍ଶନ କରିବେ ଏବଂ ଯଥା ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ସହ ଠିକ୍ ସମୟରେ ଯେପରି ମହାଦୀପ ଉଠିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି । ଏଥିସହ ମନ୍ଦିର ଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ରଙ୍ଗମରା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଶ୍ରଦ୍ଧାଳୁମାନେ ଜାଗର ପର୍ବ ପାଳନ ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ଜଣାଯାଇଛି ।

Leave a Reply

Your email address will not be published. Required fields are marked *

Powered by Joinchat