ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଆସନ୍ତା ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମେଣ୍ଢା ପୋଡି ଓ ଦୋଳ ଉତ୍ସବ ନୀତି ନିର୍ଘଣ୍ଟ ନେଇ ହେବ ଆଲୋଚନା । ବିଭିନ୍ନ ନିଯୋଗର ସେବାୟତ ଓ ଶ୍ରୀ ମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହିବେ ।ଏଥିସହିତ ଶୃଙ୍ଖଳିତ ନୀତିକାନ୍ତି ସହ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ । ଦୋଳ ପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀମନ୍ଦିରରୁ ବାହାରି ଦୋଳବେଦୀ ନିକଟକୁ ଯିବେ ସେଠାରେ ଭକ୍ତଙ୍କ ଗହଣରେ ରଙ୍ଗ ଖେଳିବା ସହ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏଥିଲାଗି ଆଜି ଅପରାହ୍ନ ୫ଟାରେ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବ । ସେହିପରି ପ୍ରବଳ ଖରା ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଭିତର ଓ ବାହାରେ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ନେଇ ଆଲୋଚନା ହୋଇପାରେ ।