ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l

୦୨ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ୨ଗୋଟି ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!