କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଶେଷଦର୍ଶନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଦିଲ୍ଲୀରେ ୮୩ ବର୍ଷ ବୟସରେ ହୋଇଛି । ସେ ଦିଲ୍ଲୀ ଏମସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।ସୂଚନାଯୋଗ୍ୟ, ୧୬ ଜୁଲାଇ ୧୯୪୧ରେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନ ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୁଅ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ସମ୍ବଲପୁରରୁ ଲୋକସଭା ଏମ୍‌ପି ଏବଂ ନରେନ୍ଦ୍ର ମୋଦି ସରକାରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଅଛନ୍ତି।

ସୂଚନା ଯୋଗ୍ୟ; ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର । ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ । ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୮-୧୯୯୯ରେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଥିଲେ । ଏହାପରେ ୧୯୯୯-୨୦୦୪ ପର୍ଯ୍ୟନ୍ତ ତ୍ରୟୋଦଶ ଲୋକସଭା ପାଇଁ ଦେବଗଡ଼ ସଂସଦୀୟ କ୍ଷେତ୍ରରୁ ପୁନଃନିର୍ବାଚିତ ସାଂସଦ ହୋଇଥିଲେ। ୧୯୯୯-୨୦୦୧ରେ ସେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ରହିଥିଲେ । ଏହାପରେ ୨୦୦୧-୨୦୦୨ରେ ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରହିଥିଲେ ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚି ଗଭୀର ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ।

Leave a Reply

Your email address will not be published. Required fields are marked *

error: Content is protected !!