ଛତିଶଗଡ଼ ବ୍ୟାରେଜ କାମ ବନ୍ଦ କରୁ : ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ।

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମହାନଦୀ ଜଳ ବିବାଦ ଉପରେ ଗୁରୁତ୍ଵ ଦେଇ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାର କରିବାକୁ ଏକମତ ହୋଇଛନ୍ତି।

ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ନେଇ ବିଜେଡିର କଟାକ୍ଷ। ଆମେ ସମସ୍ତେ ମହାନଦୀ ବିବାଦର ସମାଧାନ ଚାହୁଁଛୁ ବୋଲି କହିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ।ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ଅନେକ ଥର ଏ ନେଇ ଉଦ୍ୟମ ହୋଇଛି। ବାରମ୍ବାର କେନ୍ଦ୍ର ଓ ଛତିଶଗଡ଼ ସହ ଆଲୋଚନା ହୋଇଛି।

ଏକାଧିକ ଥର ତ୍ରିପାଖିକ ଆଲୋଚନା ହୋଇଛି। ହେଲେ ଛତିଶଗଡ଼ର ଜିଦଖୋର ମନୋଭାବ ପାଇଁ ସମାଧାନ ହୋଇପାରିନି। ଯଦି ଉଭୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ତାହା ସ୍ୱାଗତଯୋଗ୍ୟ। ହେଲେ କେବଳ ଚା କପ ଉପରେ ଆଲୋଚନା ନ କରି ଯଦି ସମାଧାନର ଇଚ୍ଛା ଅଛି ଛତିଶଗଡ଼ ନିର୍ମାଣ କରୁଥିବା ବ୍ୟାରେଜ କାମ ବନ୍ଦ କରୁ ବୋଲି କହିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ।

Leave a Reply

Your email address will not be published. Required fields are marked *

error: Content is protected !!